ପଙ୍କୋଦ୍ଧାର ଏକାଦଶୀ
ଫାଲଗୁନ କୃଷ୍ଣ ଏକାଦଶୀକୁ ପଙ୍କୋଦ୍ଧାର ଏକାଦଶୀ ବା ବିଜୟା ଏକାଦଶୀକୁହାଯାଏ । ଏହି ବିଜୟା ଏକାଦଶୀ ବ୍ରତ କଲେ ମଣିଷ ଶତ୍ରୁକୁ ବିଜୟ କରିପାରେ । ପୁରାଣ କଥା ଅନୁଯାୟୀ ସୀତା ହରଣ ବେଳେ ରାମଚନ୍ଦ୍ର ବାନର ସେନା ସହ ସମୁଦ୍ରର ଉତ୍ତର ତୀରରେ ପହଞ୍ଚି ରାବଣ ପରି ବଳବାନ ଶତ୍ରୁ ଓ ସାଗରର ଗମ୍ଭୀରତା ନେଇ ଚିନ୍ତିତ ହୋଇପଡ଼ିଥିଲେ । ସମୁଦ୍ରକୁ କିପରି ପାରହେବେ ସେଥିଲାଗି ଉପାୟ ଖୋଜିବା ବେଳେ ଜଣେ ମୁନିଙ୍କ ପରାମର୍ଶରେ ଏହି ବିଜୟା ଏକାଦଶୀ ବ୍ରତ ପାଳନ କଲେ । ବ୍ରତର ପ୍ରଭାବରେ ସେ ସମୁଦ୍ର ପାର ହୋଇ ରାବଣ ବଧ କରିଥିବାର ବିଶ୍ଵାସ ରହିଛି ।

 

bijaya ekadasi

ବର୍ଷକେ ଥରେ କେବଳ ପଙ୍କୋଦ୍ଧାର ଏକାଦଶୀ ଦିନ ଶ୍ରୀଲୋକନାଥଙ୍କ ଖୋଲା ଦର୍ଶନ ମିଳିଥାଏ ।ଏଠାରେ ବର୍ଷସାରା ଶ୍ରୀ ଲୋକନାଥଙ୍କ ଶ୍ରୀଲିଙ୍ଗ ପାଣିଭିତରେ ବୁଡ଼ି ରହିଥିବା ଗର୍ଭଗୃହରୁ ଏହିଦିନ ଜଳ ନିଷ୍କାସନ କରାଯିବା ସହ ପଙ୍କୋଦ୍ଧାର କରାଯାଇଥାଏ ।(ସୌଜନ୍ୟ:ଶ୍ରୀ ନିଳକଣ୍ଠ ମୁଦ୍ରା)